

ସତ୍ୟଶିଖା( ଭୁବନେଶ୍ୱର)୨୪.୦୨.୨୦୨୧ : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୮୩୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।