ରାଜ୍ୟସ୍ୱାସ୍ଥ୍ୟ

ଡେଲଟା ପ୍ଲସ୍ ଭାରିଏଣ୍ଟ ଘାତକ ନୁହେଁ : ଆଇଏଲଏସ ନିର୍ଦ୍ଦେଶକ

ସତ୍ୟଶିଖା(ଭୁବନେଶ୍ୱର) ୨୬ .୦୬.୨୦୨୧: ଡେଲଟା ପ୍ଲସ୍ ଭାରିଏଣ୍ଟ ବିଶେଷ ଘାତକ ନୁହେଁ । ଯଦି ଘାତକ ହୋଇଥାନ୍ତା ତେବେ ଏହା ଦେବଗଡ଼ ଜିଲ୍ଲାରେ ବ୍ୟାପି ସାରିଥାନ୍ତା ବୋଲି ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା କହିଛନ୍ତି ।

ମାତ୍ର ଆମକୁ ସତର୍କ ରହିବାକୁ ପଡିବ। ଯେହେତୁ ସେ ସୁସ୍ଥ ହୋଇ ସାରିଛନ୍ତି ବର୍ତ୍ତମାନ କୌଣସି କଣ୍ଟାକ୍ଟ ଟ୍ରେସିଂର ଆବଶ୍ୟକତା ନାହିଁ । ଆଇଏଲଏସରେ ଜାନୁଆରୀରୁ ଜେନମ ସିକ୍ୟୁଏନସିଂ କରଯାଇଥିଲା । ଓଡ଼ିଶା, ବିହାର, ଛତିଶଗଡ଼, ଝାଡ଼ଖଣ୍ଡ ଭଳି ୪ ରାଜ୍ୟରୁ ୩୮୦୦ ସାମ୍ପୁଲ ଜେନମ ସିକ୍ୟୁଏନସିଂ ପାଇଁ ସଂଗ୍ରହ କରାଯାଇଥିଲା । ସେ ମଧ୍ୟରୁ ଓଡ଼ିଶାରୁ ୧୧୦୦ ସାମ୍ପୁଲ ସଂଗ୍ରହ ହୋଇଥିଲା । ଯେଉଁଥିରୁ ମାତ୍ର ଗୋଟିଏ ଡେଲଟା ପ୍ଲସ୍ ସଂକ୍ରମିତ ଚିହ୍ନଟ ହୋଇଥିଲେ । ସମଗ୍ର ଦେଶରୁ ୪୬ ହଜାର ସାମ୍ପୁଲ ସଂଗ୍ରହ କରାଯାଇ ଥିଲା ସେଥିମଧ୍ୟରୁ ୪୮ଟି କେସ୍ ସାମ୍ନାକୁ ଆସିଛି ଯାହା ମାତ୍ର ୦.୦୧ ପ୍ରତିଶତ ।

ଆଗାମୀ ଦିନରେ ଏହା କେତେ ପ୍ରଭାବ ରଖିବ ତାହା ଉପରେ ରିସର୍ଚ୍ଚ ଚାଲିଛି । ମାତ୍ର ଆମକୁ ସତର୍କ ହୋଇ ରହିବାକୁ ପଡ଼ିବ । ଯଦି ଆମେ ସତର୍କ ନ ରହିବା ତେବେ ଭାଇସରକୁ ଆମେ ଆମନ୍ତ୍ରଣ କରିବା ଭଳି ହେବ ।  ଅନଲକ ହେବା ପରେ ସମସ୍ତେ ନିୟମ ମାନନ୍ତୁ ।  ଅମାନିଆ ହେବା ଆମ ପାଇଁ ବିପଦ ସୃଷ୍ଟି କରିପାରେ ।

ଭ୍ୟାକ୍ସିନ ନେବା ପରେ କେତେ ଲୋକ ସଂକ୍ରମିତ ହେଇଛନ୍ତି ତାହାର ତର୍ଜମା ଚାଲିଛି । ରାଜ୍ୟ ସରକାର ଗଠନ କରିଥିବା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ସେଥିରେ ସମସ୍ତ ଜିଲ୍ଲାମାନଙ୍କୁ ରିପୋର୍ଟ ମଗାଯାଇଛି । ଆସନ୍ତା ସପ୍ତାହରେ ଦ୍ବିତୀୟ ବୈଠକ ବସିବ । ସମସ୍ତ ଡାଟାକୁ ବିଶ୍ଳେଷଣ କରିବା ପରେ ସେ ଦିଗରେ ଅଧିକ ଆଲୋଚନା କରାଯିବ ।

Show More
Back to top button