ସତ୍ୟଶିଖା( ଭୁବନେଶ୍ୱର )୨୮.୦୫.୨୦୨୨ : ରାଜ୍ୟରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୨୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭ ଜଣ, କଟକ, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୧୬୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୦୯୭୦୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।