ଦେଶରେ ୧୬ ହଜାର ପାର୍‍ ଦୈନିକ ସଂକ୍ରମଣ

ସତ୍ୟଶିଖା( ଭୁବନେଶ୍ୱର)୧୦.୦୮ . ୨୦୨୨: ଦେଶରେ ଆଉ ୧୬,୦୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୧,୯୦,୬୯୭କୁ ବୃଦ୍ଧି ପାଇଛି। ଆଉ ୧୯,୫୩୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୫,୩୫,୬୧୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୨%। ଆଉ ୫୪ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୮୨୬ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ୧ ଲକ୍ଷ ୨୮ ହଜାର ୨୬୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୯%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Exit mobile version