
ସତ୍ୟଶିଖା (କଳାହାଣ୍ଡି) ୧୮/୧୨/୨୦୨୦ : ପୁଣି ଶିଶୁ କନ୍ୟା ଅସୁରକ୍ଷିତ। ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ସହ ୬୦ ବର୍ଷ ବୟସ୍କ ବୃଦ୍ଧ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ସଂପୃକ୍ତ ବୃଦ୍ଧଙ୍କୁ ଗିରଫ କରିଛି ପୋଲିସ ।ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଗତ ୮ ତାରିଖରେ ଅଭିଯୁକ୍ତ ବୃଦ୍ଧ ଜଣକ ଛାତ୍ରୀଙ୍କୁ ଏକୁଟିଆ ପାଇଁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା । ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଅଭିଯୁକ୍ତ ସଂପୃକ୍ତ ବୃଦ୍ଧକୁ ଗିରଫ କରିଛି ।