ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ଆଜି ୧୯ ଜଣ କରୋନାରେ ମୃତ୍ୟୁ

ସତ୍ୟଶିଖା (ଭୁବନେଶ୍ୱର)୦୨.୦୨.୨୦୨୨: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି । ହେଲେ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ବ୍ରେକ । ଏହାକୁ ନେଇ ଚିନ୍ତା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୩୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୬୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ ଆଜି ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ରାୟଗଡା, ପୁରୀ, ଢେଙ୍କାନାଳ, କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ଏହାସହିତ ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Show More
Back to top button