୧୧ ଜିଲ୍ଲାରୁ କରୋନାରେ ଗଲା ୨୧ ଜୀବନ

ସତ୍ୟଶିଖା(ଭୁବନେଶ୍ୱର) ୧୫ .୦୫.୨୦୨୧: ରାଜ୍ୟରେ କରୋନାରେ ଆଉ ୨୧ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୯୪କୁ ବୃଦ୍ଧି ପାଇଛି।

୧୧ଟି ଜିଲ୍ଲାରୁ ଏହି ୨୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳ ଜିଲ୍ଲାରୁ ୩ ଜଣଙ୍କ ମୃତ୍ୟୁ ହୋଇଛି। କଳାହାଣ୍ଡି, କେନ୍ଦ୍ରାପଡ଼ା,ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ସେହିପରି ବୌଦ୍ଧ, ଗଜପତି,କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆଉ ୪ ଜଣଙ୍କ ମୃତ୍ୟୁ ପରେ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୪କୁ ବୃଦ୍ଧି ପାଇଛି, ଯାହା ରାଜ୍ୟରେ ସର୍ବାଧିକ। ଅନୁଗୋଳ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୫୯କୁ ବୃଦ୍ଧି ପାଇଥିବା ବେଳେ କଳାହାଣ୍ଡିରେ ୬୬, କେନ୍ଦ୍ରାପଡ଼ାରେ ୩୪,ପୁରୀରେ ୧୪୧, ରାୟଗଡ଼ାରେ ୮୨ ଓ ସୁନ୍ଦରଗଡ଼ରେ ୨୨୧ ହୋଇଛି।

Exit mobile version