ସତ୍ୟଶିଖା(ଭୁବନେଶ୍ୱର )୨୪.୧୧.୨୦୨୨: କେନ୍ଦ୍ରାପଡ଼ା ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୩୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ଭିତରୁ ୪ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି। କାହାର ସମ୍ପୂର୍ଣ୍ଣ ଶରୀର ଜଳି ଯାଇଛି ତ କାହାର ସମଗ୍ର ଶରୀର ରକ୍ତାକ୍ତ ହୋଇଯାଇଛି। ଏଥିରେ ବେଶୀ ମହିଳା ଓ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସମସ୍ତଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭସାଣରେ ବାଣ ପ୍ରତିଯୋଗିତା ଚାଲିଥିବା ବେଳେ ଏହି ଦୁର୍ଘଟଣା ଘଟିଛି।
କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୩୦ ଆହତ, ୪ ସଂକଟାପନ୍ନ
