

ସତ୍ୟଶିଖା(ଭୁବନେଶ୍ୱର )୦୧.୧୦ .୨୦୨୧: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୨୬ ହଜାର ୯୫୩ ଜଣ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୯ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ ଜଣ ପଜିଟିଭ ରହିଛନ୍ତି ।
ଖୋର୍ଦ୍ଧାରୁ ୨୦୦ ଜଣ, କଟକରୁ ୬୨ ଜଣ, ବାଲେଶ୍ବରରୁ ୨୬ ଜଣ, ଜଗତସିଂହପୁର ଓ ମୟୂରଭଞ୍ଜରୁ ୨୩ ଜଣ ଲେଖାଏଁ,ଯାଜପୁର ଓ ପୁରୀ ଜିଲ୍ଲାରୁ ୧୬ ଜଣ ଲେଖାଏଁ, ସମ୍ବଲପୁରରୁ ୧୧ ଜଣ, ଢ଼େଙ୍କାନାଳରୁ ୮ ଜଣ, ଭଦ୍ରକ ଓ କଳାହାଣ୍ଡି ଜିଲ୍ଳାରୁ ୭ ଜଣ ଲେଖାଏଁ, ଅନୁଗୁଳ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରୁ ୪ ଜଣ ଲେଖାଏଁ, ଗଞ୍ଜାମ,ଝାରସୁଗୁଡ଼ା, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୬ ହଜାର ୯୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୫୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୧୩ ହଜାର ୧୪୨ ଜଣ ସୁସ୍ଥ ହୋଇଛନ୍ତି ।