ରାଜ୍ୟରେ ୪୭୮ ପଜିଟିଭ୍ ଚିହ୍ନଟ

ସତ୍ୟଶିଖା(ଭୁବନେଶ୍ୱର )୦୨.୧୦ .୨୦୨୧:  ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୭୮ ଆକ୍ଟିଭ୍ କେସ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୫୭ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୮୧ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୯୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ୨୨୧ ଜଣ, କଟକରୁ ୫୭ ଜଣ, ଜଗତସିଂହପୁରରୁ ୨୯ ଜଣ, ବାଲେଶ୍ବରରୁ ୨୫ ଜଣ, ପୁରୀରୁ ୧୪ ଜଣ, ମୟୂରଭଞ୍ଜରୁ ୧୩ ଜଣ, ଢ଼େଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରୁ ୧୨ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୧୦ ଜଣ, ଅନୁଗୁଳ ଓ ଝାରସୁଗୁଡ଼ାରୁ ୭ ଜଣ ଲେଖାଏଁ, ଭଦ୍ରକରୁ ୪ ଜଣ, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଳାରୁ ୩ ଜଣ ଲେଖାଏଁ, ଗଜପତି ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, କଳାହାଣ୍ଡି,କେନ୍ଦୁଝର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୭ ହଜାର ୪୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୧୩ ହଜାର ୮୩୩ ଜଣ ସୁସ୍ଥ ହୋଇଛନ୍ତି ।

Exit mobile version