

ସତ୍ୟଶିଖା( ନୂଆଦିଲ୍ଲୀ )୨୫.୦୭ . ୨୦୨୨: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି । କାର୍ଯ୍ୟସୂଚନୀ ଅନୁଯାୟୀ ନିର୍ଦ୍ଧାରିତ ସମୟ ପୂର୍ବାହ୍ଣ ପ୍ରାୟ ୧୦ଟା ୧୪ ମିନିଟ୍ରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି । ସଂସଦର କେନ୍ଦ୍ରୀୟ ହଲ୍ରେ ଆୟୋଜିତ ଉତ୍ସବରେ ଦ୍ରୌପଦୀଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମଣା ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବରେ ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବାଚସ୍ପତି ଓମ୍ ବିର୍ଲା, କେନ୍ଦ୍ର ମନ୍ତ୍ରୀ ପରିଷଦର ସଦସ୍ୟ, ସମସ୍ତ ସାଂସଦ, ସମସ୍ତ ରାଜ୍ୟର ରାଜ୍ୟପାଳ, ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଓ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ଯୋଗ ଦେଇଛନ୍ତି ।