ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ସତ୍ୟଶିଖା (ଭୁବନେଶ୍ବର) ୧୮/୧୧/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ଗଜପତି, ସମ୍ବଲପୁର, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, ଯାଜପୁର, କେନ୍ଦ୍ରପଡା, ଖୋର୍ଦ୍ଧା, କୋରାପୁଟ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୯୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୮୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୦୪୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୫୭୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୩୭୬୩୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button