ରାଜ୍ୟରେ ୫୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧାରୁ ସର୍ବାଧିକ ୨୭୪ ଆକ୍ରାନ୍ତ

ସତ୍ୟଶିଖା(ଭୁବନେଶ୍ୱର )୧୨.୧୦ .୨୦୨୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୨୦ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୭ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୨୩ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୬ ଜଣ ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Exit mobile version