ରାଜ୍ୟ

ଆଉ ଜଣେ ‘କରୋନା’ ଆକ୍ରାନ୍ତ ଚିହ୍ନଟ, ତାଙ୍କର ରହିଛି ପଶ୍ଚିମବଙ୍ଗ ଲିଙ୍କ

ଭୁବନେଶ୍ୱର(ସତ୍ୟଶିଖା): ପୁଣି ଜଣେ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କର ବୟସ ୩୪ ବର୍ଷ। ଘର ଯାଜପୁର ଜିଲ୍ଲା ବାସୁଦେବପୁର ଅଞ୍ଚଳ। ତାଙ୍କର ମଧ୍ୟ ପଶ୍ଚିମବଙ୍ଗ ଲିଙ୍କ ରହିଛି । ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଲା। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ

ଆଜି ଗୋଟିଏ ଦିନରେ ୮ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ବାଲେଶ୍ୱରରେ ୬ ଜଣ, କୋରାପୁଟ ଓ ଯାଜପୁରରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। କୋରାପୁଟ୍‌ ଆକ୍ରାନ୍ତ ହେଉଛନ୍ତି ଜଣେ ପୁରୁଷ ଷ୍ଟାଫ୍‌ନର୍ସ। ତାଙ୍କର କୋଲକାତା ଲିଙ୍କ ରହିଛି। ଠିକ୍‌ ସେହିପରି ବାଲେଶ୍ୱର ଓ ଯାଜପୁର ‘କରୋନା’ ଆକ୍ରାନ୍ତଙ୍କର ରହିଛି ପଶ୍ଚିମବଙ୍ଗ ଲିଙ୍କ। ଏବେ ସମସ୍ତଙ୍କୁ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

‘କରୋନା’ରେ ଆଜି ସୁଦ୍ଧା ୧୧୧ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧୦ ଜଣ ବିଭିନ୍ନ କୋଭିଡ୍‌ ମେଡିକାଲ୍‌ରେ ଚିକିତ୍ସିତ ହେଉଛନ୍ତି। ସେଥିରୁ ୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୭୩ ଜଣ ‘କରୋନା’ ଆକ୍ରାନ୍ତ ବିଭିନ୍ନ ମେଡିକାଲ୍‌ରେ ଚିକିତ୍ସାଧୀନ ଅଛନ୍ତି।

ପଶ୍ଚିମବଙ୍ଗ ଫେରନ୍ତା ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଛି। ପ୍ରତିଦିନ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ ଥିବା ଦେଖିବାକୁ ମିଳୁଛି। ତେବେ ଖୁବ୍‌ଶୀଘ୍ର ସେମାନଙ୍କୁ ଚିହ୍ନଟ କ୍ୱାରେଣ୍ଟାଇନ୍‌ରେ ରଖିବାକୁ ଜିଲ୍ଲାପାଳମାନଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।



[ad_2]

Show More
Back to top button