ସତ୍ୟଶିଖା(ଭୁବନେଶ୍ୱର )୯.୦୯ .୨୦୨୧: ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।
ଏହାରି ମଧ୍ୟରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୭୮ କୁ ବୃଦ୍ଧି ପାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଖୋର୍ଦ୍ଧା ୨ ଜଣ, ମୟୂରଭଞ୍ଜ, ଯାଜପୁର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।