ରାଜ୍ୟ

୩ ଦିନ ପ୍ରବଳ ବର୍ଷିବ | Satyasikha

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ତିନି ଦିନ ଧରି ପ୍ରବଳ ବର୍ଷା ହେବ। ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଡ୍ୟୁଟି ଅଫିସର ମଦନ ମୋହନ ଦାସ ଆଜି ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ସେ କହିଛନ୍ତି,“ ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଦେଓଗଡ଼, ଝାରସୁଗୁଡା ଓ ସମ୍ବଲପୁର ଆଦି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହ ଶନିବାର ମଧ୍ୟ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼,ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର,ସୋନପୁର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ବର୍ତ୍ତମାନ କୌଣସି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

[ad_2]
Show More
Back to top button