

ସତ୍ୟଶିଖା ( କର୍ଣ୍ଣାଟକ ) ୦୩ .୦୮.୨୦୨୦ : କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍ । ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟ୍ଵିଟ୍ କରି ସୂଚନା ଦେଇଛନ୍ତି ।
ୟେଦୁରପ୍ପା ଟ୍ଵିଟ୍ କରି ଲେଖିଛନ୍ତି ଯେ, ମୋର କରୋନା ରିପୋର୍ଟ ପଜିଟିଭ୍ ଆସିଛି । ମୁଁ ଠିକ୍ ଅଛି । ଡାକ୍ତରଙ୍କ ପରାମର୍ଶ କ୍ରମେ ମୋତେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୋ ସମ୍ପର୍କରେ ଆସିଥିବା ଲୋକମାନଙ୍କୁ ମୁଁ ଅନୁରୋଧ କରୁଛି ଯେ, ସେମାନେ କ୍ଵାରେଣ୍ଟିନରେ ରହି ଯାଂଚ୍ କରନ୍ତୁ ।