ଜୀବନମନ୍ତ୍ରନ୍ୟୁଜ୍ରାଜ୍ୟସ୍ପେଶାଲ୍ ରିପୋର୍ଟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ସତ୍ୟଶିଖା (ଭୁବନେଶ୍ୱର) ୨/୧୧/୨୦୨୦ : ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୩୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୯ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ସମ୍ବଲପୁର, ଖୋର୍ଦ୍ଧା, କନ୍ଧମାଳ, କଟକ, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୨୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୭୫୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୬୪୫୧୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button