ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ସତ୍ୟଶିଖା (ଭୁବନେଶ୍ୱର) ୧୨/୧୨/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୩୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୪ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୩୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୮୨୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୦୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୩୪୫୭୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button