ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ସତ୍ୟଶିଖା (ଭୁବନେଶ୍ୱର) ୧୬/୧୨/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୫ ମୃତକଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, ବଲାଙ୍ଗୀର, କଟକ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୭୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୯୮୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୪୬୮୯୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More
Back to top button