ନ୍ୟୁଜ୍ରାଜ୍ୟ

କୋରାପୁଟ ବୋରିଗୁମ୍ମାରେ ଭାଲୁ ଆତଙ୍କ

ସତ୍ୟଶିଖା ୩୧/୧୨/୨୦୨୦ : କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକରେ ଭାଲୁ ଆତଙ୍କ । ସ୍ଥାନୀୟ ଲଦୀଯୋଡି ଗାଁରେ ଗତ କିଛି ଦିନ ହେବ ୬ଟି ଭାଲୁ ସଂଧ୍ୟାରେ ବୁଲୁଥିବା ଦେଖିବାକୁ ମିଳୁଛି । ଫଳରେ ଆତଙ୍କରେ ସଂଧ୍ୟା ହେଉ ହେଉ ଗାଁରେ ତାଟିକବାଟ ପଡିଯାଉଛି ଏବଂ ଦୋକାନବଜାର ବନ୍ଦ ହୋଇଯାଉଛି ।

ଜଣେ ମହିଳା ସଂଧ୍ୟାରେ ଶୌଚ ପାଇଁ ଯାଇଥିବା ବେଳେ ଭାଲୁ ହାବୁଡରେ ପଡିଯାଇଥିଲେ ଏବଂ ଭାଲୁ ଆକ୍ରମଣରେ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିଲେ । ତେବେ ଏହି ଭାଲୁକୁ ନେଇ ଲୋକେ ଆତଙ୍କିତ ଥିବା ବେଳେ ବନ ବିଭାଗ ଏଥି ପ୍ରତି ନଜର ଦେଉନଥିବା ଅଭିଯୋଗ ହେଉଛି । ଜଙ୍ଗଲ ଭିତରେ ଖାଦ୍ୟ ଅଭାବରୁ ଜନବସତି ଆଡେ ମାଡି ଆସିିଥିବା କୁହାଯାଉଛି ।

Show More
Back to top button