ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ସତ୍ୟଶିଖା (ଭୁବନେଶ୍ୱର) ୨୫/୦୧/୨୦୨୧ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ୧୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ତେବେ ସୋମବାର ସରକାରଙ୍କ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ସୁନ୍ଦରଗଡ  ଜିଲ୍ଲାର ୪୭ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡିଛି ।

Show More
Back to top button