

ସତ୍ୟଶିଖା (ଭୁବନେଶ୍ୱର) ୦୫/୦୨/୨୦୨୧ : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ କଟକ ଜିଲ୍ଲାର ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୪୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୯୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୨୬୧୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୮୧୯୯୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।