ରାଜ୍ୟସିନେମା

ଦିଲ୍ଲୀରୁ କଟକ ଫ୍ୟାମିଲି କୋର୍ଟକୁ ସ୍ଥାନାନ୍ତର ହେଲା ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା

ସତ୍ୟଶିଖା (ଭୁବନେଶ୍ୱର )୦୫.୦୩.୨୦୨୧: ଦିଲ୍ଲୀରୁ କଟକକୁ ସ୍ଥାନାନ୍ତର ହେଲା ବର୍ଷା-ଅନୁଭବ ପରିବାରିକ ବିବାଦ ମାମଲା । ଅର୍ଥାତ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ପରିବର୍ତେ ଏବେ ଏହି ମାମଲାର ଶୁଣାଣି କଟକର ଫ୍ୟାମିଲି କୋର୍ଟରେ ହେବ । ତେବେ ଆଜିର ଶୁଣାଣି ପରେ ପ୍ରତିକ୍ରିୟା ରଖିଛନ୍ତି ଅନୁଭବଙ୍କ ଓକିଲ । ସେ କହିଛନ୍ତି ମାମଲା କଟକ ସ୍ଥାନାନ୍ତର ପାଇଁ ହୋଇଥିବା ପିଟିସନକୁ ଅନୁଭବ ବିରୋଧ କରିନଥିଲେ । ବରଂ ମାମଲା କଟକ ସ୍ଥାନାନ୍ତର ପାଇଁ ତାଙ୍କ ପକ୍ଷରୁ ମଧ୍ୟ ଅନୁରୋଧ କରାଯାଇଥିଲା । ଏପରିକି ଯଥାଶୀଘ୍ର ଶୁଣାଣି ଆରମ୍ଭ କରିବା ପାଇଁ କୋର୍ଟଙ୍କୁ ଅନୁରୋଧ କରାଯାଇଥିଲା । ପରବର୍ତ୍ତୀ ତାରିଖରେ କଟକ ଫ୍ୟାମିଲି କୋର୍ଟରେ ମାମଲାର ଶୁଣାଣି ହେବ । ମାମଲାର ତ୍ୱରିତ ବିଚାର ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ଅନୁଭବଙ୍କ ଓକିଲ ଅଶ୍ୱୀନି ଦୁବେ ।

Show More
Back to top button