ରାଜ୍ୟ

ବାତ୍ୟା : କଣ୍ଟ୍ରୋଲ ରୁମ୍ ଖୋଲିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ସତ୍ୟଶିଖା(ଭୁବନେଶ୍ୱର) ୨୧ .୦୫.୨୦୨୧: ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିବା ସହ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରୁହ। ଜିଲ୍ଲାପାଳମାନଙ୍କ ସମେତ ଜଳସମ୍ପଦ, କୃଷି, ମତ୍ସ୍ୟ ଓ ପଶୁସମ୍ପଦ, ସମସ୍ତ ରାଜସ୍ୱ କମିଶନର ଓ ପୋଲିସ ବିଭାଗକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।  ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଗୁରୁବାର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ସମ୍ପର୍କରେ ଜିଲ୍ଲାପାଳମାନଙ୍କୁ ଅବଗତ କରାଇଛନ୍ତି। ଏହି ଲଘିଚାପ ମେ’ ୨୪ତାରିଖ ସୁଦ୍ଧା ସାମୁଦ୍ରିକ ଝଡ଼ର ରୂପ ନେବାର ଆଶଙ୍କା ରହିଛି। ୨୬ତାରିଖରେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ଥିବା ବେଳେ ଉପକୂଳ ଜିଲ୍ଲାଗୁଡ଼ିକରେ ୨୫ତାରିଖ ବର୍ଷା ହେବ ବୋଲି ପୂର୍ବନୁମାନ କରାଯାଉଛି।

Show More
Back to top button