Uncategorizedଧର୍ମପର୍ଯ୍ୟଟନରାଜ୍ୟ
ଆଜି ବାହୁଡା


ସତ୍ୟଶିଖା(ଭୁବନେଶ୍ୱର) ୨୦.୦୭.୨୦୨୧: ଜନ୍ମ ବେଦୀ ଛାଡ଼ି ରତ୍ନବେଦୀ ଅଭିମୁଖେ ଆଜି ବାହୁଡ଼ିବେ ମହାପ୍ରଭୁ । ଏଥିପାଇଁ ରଥ, ପଥ ସବୁ ପ୍ରସ୍ତୁତ। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଆଗରେ ଅପେକ୍ଷାରତ ତିନି ରଥ । ଆଜି ମଧ୍ୟାହ୍ନ ୧୨ଟା ସୁଦ୍ଧା ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଛେରା ପହଁରା ନୀତି ସମ୍ପନ୍ନ ହେବ । ଅପରାହ୍ଣ ୪ଟା ସୁଦ୍ଧା ରଥଟଣା ଆରମ୍ଭ ହେବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି ।
ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ମହାପ୍ରଭୁ ରତ୍ନବେଦୀକୁ ଫେରିବେ । ଏଥିଲାଗି ଗତ ସଂଧ୍ୟାରୁ ରୀତିନୀତି ଆରମ୍ଭ ହୋଇଛି । ବାହୁଡ଼ା ପହଣ୍ଡି ଲାଗି ଶ୍ରୀମୁଖ ଖଣ୍ଡୁଆ ସହ ବାହୁଟ କଣ୍ଟ, ଚାର ବନ୍ଧା, କୁସୁମି ଲାଗି ନୀତି କରାଯାଇଥିଲା । ଏହାସହ ତିନି ରଥରେ ଚାରମାଳ ବନ୍ଧା ହୋଇଛି ।