

ସତ୍ୟଶିଖା(ଭୁବନେଶ୍ୱର )୬.୦୯ .୨୦୨୧: କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଆଜିଠାରୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ଭୁବନେଶ୍ୱରରେ ଶ୍ରୀ ଲିଙ୍ଗରାଜ, ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ୭ ତାରିଖରୁ ଭୁବନେଶ୍ୱରରୁ ବାହାରି ବାଲେଶ୍ୱର ଦେଇ ବାରିପଦା ଗସ୍ତ କରିବେ। ଆସନ୍ତା ୮, ୯, ୧୦ ଓ ୧୧ ତାରିଖ ପର୍ଯ୍ୟନ୍ତ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ସୂଚନା ଦେଇଛନ୍ତି।