ରାଜ୍ୟ

ହୀରାକୁଦରେ ପ୍ରବେଶ କରୁଛି ୧ଲକ୍ଷ ୬୦ହଜାର କ୍ୟୁସେକ୍ ଜଳ

ସତ୍ୟଶିଖା(ସମ୍ବଲପୁର )୧୪.୦୯ .୨୦୨୧: ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଉପରମୁଣ୍ଡରେ ବର୍ଷା ବଢୁଥିବାରୁ ମଙ୍ଗଳବାର ଅପରାହ୍ନ ସୁଦ୍ଧା ହୀରାକୁଦ ଜଳ ଭଣ୍ଡାରର ୬ଟି ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଅପରାହ୍ନ ୫ଟାରୁ ପର୍ଯ୍ୟାୟ କ୍ରମେ ଏ ସବୁ ଗେଟ୍ ଖୋଲାଯିବା ନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ ସାମଲ ସୂଚନା ଦେଇଛନ୍ତି । ଲୋକଙ୍କୁ ନଦୀ ଭିତରକୁ ନଯିବାକୁ ପରାମର୍ଶ ଦେଇଛନ୍ତି । ହୀରାକୁଦରୁ ଗେଟ ଖୋଲିବା ନେଇ ୩ଟାରୁ ବାଜିବ ସାଇରନ୍ ।

ଉପର ମୁଣ୍ଡରେ ବର୍ଷା ଲାଗି ରହିଥିବାରୁ ୧ଲକ୍ଷ ୬୦ହଜାର କ୍ୟୁସେକ୍ ଜଳ ହୀରାକୁଦରେ ପ୍ରବେଶ କରୁଛି । ସର୍ବାଧିକ ୨ ଲକ୍ଷ କ୍ୟୁସେକ୍ ପର୍ଯ୍ୟନ୍ତ ଜଳ ପ୍ରବେଶ କରିବା ନେଇ ଆକଳନ କରାଯାଇଛି । ଜଳଭଣ୍ଡାରର ୬ଟି ଗେଟ୍ ଖୋଲାଯିବା ଦ୍ୱାରା ହୀରାକୁଦରୁ ୧ ଲକ୍ଷ କ୍ୟୁସେକ୍ ଜଳ ନିଷ୍କାସନ ହେବ । ଏ ଦୃଷ୍ଟିରୁ ମହାନଦୀ ସିଷ୍ଟମରେ ବନ୍ୟା ଆଶଙ୍କା ବର୍ତ୍ତମାନ ସୁଦ୍ଧା ନାହିଁ । ଅନ୍ୟ ସ୍ଥାନରେ ବନ୍ୟା ଆଶଙ୍କା ନାହିଁ । ଅତ୍ୟଧିକ ବର୍ଷା ଯୋଗୁଁ କେବଳ ଫ୍ଲାସ୍ ଫ୍ଲଡ଼୍ ହୋଇଛି । ଆଖୁଆପଦାରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହିତ ହେଉଛି । ଯେହେତୁ କେନ୍ଦୁଝରରେ ବର୍ଷା ଅଧିକ ନାହିଁ ତେଣୁ ଏଠାରେ ବି ବନ୍ୟାର ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି ।

Show More
Back to top button