ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ସତ୍ୟଶିଖା(ଭୁବନେଶ୍ୱର )୨୨.୧୦ .୨୦୨୧:   ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୩୦୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଜୀବନ ନେଇଛି ଘାତକ କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୪୪୨୨ ଜଣ ସୁସ୍ଥ ହୋଇଛନ୍ତି ।

Show More
Back to top button