Uncategorizedଅପରାଧନ୍ୟୁଜ୍ରାଜ୍ୟ

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ କଲେକ୍ଟର

ସତ୍ୟଶିଖା(ରାଉରକେଲା ) ୦୮.୦୨.୨୦୨୨ : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଉରକେଲାର ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ମନୋରଞ୍ଜନଙ୍କ ଛେଣ୍ଡ୍ ସ୍ଥିତ ୨ଟି ଘର, କାର୍ଯ୍ୟାଳୟ , ଭୁବନେଶ୍ୱର ଗୋଠପଟାଣାରେ ଥିବା ଅପାଟମେଣ୍ଟ ସମେତ ୫ଟି ସ୍ଥାନରେ  ଭିଜିଲାନ୍ସ  ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼ର ଜିଲ୍ଲାର ଭିଜିଲାନ୍ସ ଟିମ୍‌ ମିଳିତଭାବେ ଏହି ଚଢ଼ାଉ  କରିଛନ୍ତି। ଵର୍ତ୍ତମାନ ଯାଏ ଭିଜିଲାନ୍ସ କିଛି ସରକାରୀ କାଗଜପତ୍ର ଜବତ କରିବା ସହିତ ବିଶେଷ ତଥ୍ୟ ମିଳିପାରିନାହିଁ।

ମନୋରଞ୍ଜନ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଥିଲା।  ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି  ଆଜି ଭୋରରୁ ମନୋରଞ୍ଜନ ଘରେ ଚଢ଼ାଉ କରିଥିଲା।
Show More
Back to top button