

ସତ୍ୟଶିଖା( ନୂଆଦିଲ୍ଲୀ )୨୫.୦୨.୨୦୨୨ : ଦେଶରେ କମୁଛି କରୋନା ସଂକ୍ରମଣ । ଆଜି ବି ଦେଶରେ ୧୫ ହଜାର ତଳେ ରହିଛି ଦୈନିକ କରୋନା ସଂକ୍ରମଣ । ଗୋଟିଏ ଦିନରେ ଆଉ ୧୩,୧୬୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ଆଉ ୨୬,୯୮୮ କରୋନା ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ଦେଶରେ ଏଯାଏ କରୋନାରୁ ମୋଟ୍ ସୁସ୍ଥ ହେଲେଣି ୪,୨୨,୪୬,୮୮୪ ଆକ୍ରାନ୍ତ । ସେହିପରି ଗତ ୨୪ ଘଣ୍ଟାରେ ଆଉ ୩୦୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୫,୧୩,୨୨୬ ରେ ପହଞ୍ଚିଛି । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତ ୧,୩୪,୨୩୫ ରହିଛି । ଦୈନିକ ପଜିଟିଭିଟି ହାର ୧.୨୮% କୁ ଖସିଛି । ସଂକ୍ରମଣକୁ ମାତ୍ ଦେବାକୁ ଦେଶରେ ଟିକାକରଣ କରାଯାଉଛି ।