ନ୍ୟୁଜ୍ରାଜ୍ୟ

ଆଜିଠୁ ବଢ଼ିବ ତାତି, ୪୦ ଡିଗ୍ରୀ ମୁହାଁ ପାରଦ

ସତ୍ୟଶିଖା( ଭୁବନେଶ୍ୱର )୧୬ .୦୩.୨୦୨୨ : ଆଜିଠୁ ବଢିବ ତାପମାତ୍ରା । ଖରାରେ ସିଝିବ ସାରା ଓଡ଼ିଶା । କେତେକ ସ୍ଥାନରେ ୪୦ ଡିଗ୍ରୀ ମୁହାଁ  ହେଲାଣି ପାରଦ । ଏହାଦେଖି ଏବେଠୁ ଲୋକଙ୍କ ମନରେ ଛାନିଆ ପଶିଗଲାଣି। ଗତକାଲି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଅନୁଗୁଳରେ ତାପମାତ୍ରା ୩୯.୭ ଡିଗ୍ରୀ  ରେକର୍ଡ କରାଯାଇଥିଲା । ସେହିପରି ବୌଦ୍ଧ ଓ ଟିଟିଲାଗଡରେ ତାପମାତ୍ରା ୩୯ ଡିଗ୍ରୀ ଥିବା ବେଳେ ବାରିପଦା, ସୋନପୁରରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଥିଲା । ସେହିପରି ୧୨ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ କିମ୍ବା ତାଠାରୁ ଅଧିକ ଥିଲା। ରାଜଧାନୀ ଭୁବନେଶ୍ୱରରେ ୩୮.୧ ଏବଂ କଟକରେ ୩୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିଲା । ୩ ଦିନ ଡହଡହ ଖରାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରକୁ ଯାଇପାରେ । ଏଥିପାଇଁ ୮ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ ।

Show More
Back to top button