

ସତ୍ୟଶିଖା( ଭୁବନେଶ୍ୱର )୧୩.୦୪.୨୦୨୨ : ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ବର୍ଷରେ ପାଦ ଥାପିଲା ରାଜଧାନୀ । ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ । ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ । ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି ଏହି ୭୪ ବର୍ଷ ମଧ୍ୟରେ । ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର ଏବେ ଅତ୍ୟାଧୁନିକ । ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ ।