

ସତ୍ୟଶିଖା( ଭୁବନେଶ୍ୱର)୧୫.୦୪.୨୦୨୨: ରାଜ୍ୟରେ ଗତ କିଛି ଦିନ ତୁଳନାରେ ପୁଣି ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି। ଦିନକରେ ଆଉ ୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩,ସଙ୍ଗରୋଧରୁ ୧୦, ସ୍ଥାନୀୟ ୭। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୮୭,୯୦୨କୁ ବୃଦ୍ଧି ପାଇଛି। ୧୨,୭୮,୬୦୫ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୬ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୬, କଳାହାଣ୍ଡି ୧, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୫, ରାୟଗଡା ୧, ସମ୍ବଲପୁର ୨, ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।