ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ କରୋନା ପଜିଟିଭ ଚିହ୍ନଟ

ସତ୍ୟଶିଖା( ଭୁବନେଶ୍ୱର )୧୩.୦୫.୨୦୨୨ : ଗତକାଲି ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୨୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୯୭୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Show More
Back to top button