ବୁଧବାର ରାଶିଫଳ: କେମିତି କଟିବ ଆଜିର ଦିନ


ସତ୍ୟଶିଖା( ଭୁବନେଶ୍ୱର )୨୭.୦୭ . ୨୦୨୨:
ମେଷ: ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ।
ବୃଷ: ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ ଓ ନୂତନ ବନ୍ଧୁଙ୍କ ଆଗମନ ହେବ। ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ।
ମିଥୁନ: ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରକାଶନ, ସଂଗଠନ, ଅନୁସନ୍ଧାନମୂଳକ କାର୍ଯ୍ୟରେ ଲଭ ପାଇବେ ।
କର୍କଟ: ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ।
ସିଂହ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହୋଇପାରେ।ପରୀକ୍ଷା, ପ୍ରତିଯୋଗିତା, ସାକ୍ଷାତକାରରେ ବିଜୟୀ ହେବେ।
କନ୍ୟା: ସବୁଥିରେ ସଫଳତା ମିଳିବା ଯୋଗେ ମାନସିକ ଶାନ୍ତି ମିଳିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ।