ନ୍ୟୁଜ୍ରାଜ୍ୟ

ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

ଦିବଙ୍ଗତ ସଦସ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ,ଅପରାହ୍ଣ ୫ଟା ଯାଏ ମୁଲତବୀ ଘୋଷଣା

ସତ୍ୟଶିଖା(ଭୁବନେଶ୍ୱର )୨୪.୧୧.୨୦୨୨:   ଆଜିଠାରୁ  ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଗୃହରେ ଦିବଙ୍ଗତ ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପାଇଁ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ଏହାପରେ ଗୃହକୁ ଅପରାହ୍ଣ ୫ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଜି ଧାମନଗରର ନୂଆ ବିଧାୟକ ସୂର୍ଯ୍ୟବଂଶୀ ସୂରଜ ସ୍ଥିତପ୍ରଜ୍ଞଙ୍କୁ ପ୍ରଥମ ଥର ଲାଗି ବିଧାନସଭାରେ ଦେଖିବାକୁ ମିଳିଛି। ବିଧାନସଭାର ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ। ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ଡିସେମ୍ବର ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ଏହି ଅଧିବେଶନରେ କୋଭିଡ୍‌ କଟକଣା ଉଠାଇ ଦିଆଯାଇଛି। କୋଭିଡ୍‌ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ।ଏଥର ପ୍ରେସ ଗ୍ୟାଲେରୀରେ ସାମ୍ବାଦିକମାନେ ପୂର୍ବପରି ବସି ଖବର ପରିବେଷଣ କରିବେ।

Show More
Back to top button