ପାଣି ପାଗ

ଗୁରୁବାରଠାରୁ ରାଜ୍ୟରେ କାଳବୈଶାଖୀ l

ସତ୍ୟଶିଖା : ୧୯/୦୩/୨୦୨୫: ଗୁରୁବାରଠାରୁ ରାଜ୍ୟରେ କାଳବୈଶାଖୀ। ଏହାର ପ୍ରଭାବରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ସହ ବର୍ଷା ହେବ । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଗୁରୁବାର ସୁନ୍ଦରଗଡ଼, ଯାଜପୁର, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ ଓ ଦେବଗଡ଼ରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ବର୍ଷା ହୋଇପାରେ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ ଓ ଦେବଗଡ଼ରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୧ ତାରିଖ ଶୁକ୍ରବାର ଦିନ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି । ୫୦ରୁ ୬୦କିମି ବେଗରେ ପବନ ବି ବହିବ । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼ ଓ ଦେବଗଡ଼ରେ ୪୦ରୁ ୫୦କିମି ବେଗରେ ପବନ ବହିପାରେ । ଏହି ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ବର୍ଷା ଓ ଘଡ଼ଘଡ଼ି ସହିତ ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ ବୋଲି ଆକଳନ କରାଯାଇଛି ।

ମଙ୍ଗଳବାର ରାଜ୍ୟର ସବୁ ସ୍ଥାନର ତାପମାତ୍ରା ୩୯ ଡିଗ୍ରୀ ତଳେ ଥିଲା । ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୩୯.୮ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁରରେ ୩୯.୭, ହୀରାକୁଦରେ ୩୯.୧, ରାଉରକେଲାରେ ୩୭.୮, କେନ୍ଦୁଝରରେ ୩୬.୧, ବାଲେଶ୍ୱରରେ ୩୫, ଭୁବନେଶ୍ୱରରେ ୩୪.୬ ଓ ଚାନ୍ଦବାଲିରେ ୩୩.୬ ଡିଗ୍ରୀ ରେକର୍ଡ ହୋଇଛି ।

Show More
Back to top button