

ସତ୍ୟଶିଖା :୧୦ /୦୫/୨୦୨୫: ୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ହୋଇପାରେ। ୧୧ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର ଓ ବୌଦ୍ଧରେ ଗ୍ରୀଷ୍ମଲହରୀ ବହିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି। ୧୨ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରୀ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୧୩ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ରେ ଗ୍ରୀଷ୍ମଲହରୀ କଲବଲ କରିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ଅସମ୍ଭାଳ ଗରମ ଓ ଗୁଳୁଗୁଳି ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।