

ସତ୍ୟଶିଖା :୦୪/୦୭/୨୦୨୫: ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଭକ୍ତମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରିଛି ପ୍ରଶାସନ। ଅଗଣିତ ଭକ୍ତଙ୍କ ସମାଗମ କୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି। ତେବେ ଆଡ଼ପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନର ସ୍ବତନ୍ତ୍ରତା ରହିଛି। ବର୍ଷ ତମାମ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାରେ ଯେତିକି ପୁଣ୍ୟ ମିଳିଥାଏ ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଗୋଟିଏ ଦିନ ଦର୍ଶନ କଲେ ସେତିକି ପୁଣ୍ୟ ମିଳିଥାଏ। ବିଭିନ୍ନ ଶାସ୍ତ୍ର, ପୁରାଣରେ ବର୍ଣ୍ଣନା ଅନୁଯାୟୀ ନବମୀ ସନ୍ଧ୍ୟା ଦର୍ଶନ ଦିନ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ସ୍ନାନ କରି ଆଡ଼ପ ମଣ୍ଡପରେ ଦର୍ଶନ ସହିତ ବ୍ରାହ୍ମଣ ଭୋଜନ କରିଥିଲେ। ତେବେ ଏହାଦ୍ବାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି। ସେହି ବିଶ୍ଵାସକୁ ଆଧାର କରି ସମଗ୍ର ଗୁଣ୍ଡିଚାମନ୍ଦିର ଓ ଶରଧାବାଲି ଅଞ୍ଚଳ ଲୋକାରଣ୍ୟ ହୋଇପଡିଛି।