ରାଜ୍ୟ

କରୋନାରେ ଆଉ ୧୦୨ ଆକ୍ରାନ୍ତ, ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ୧୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୮ରେ ପହଞ୍ଚି ଯାଇଛି।

ଆହୁରି ପଢ଼ନ୍ତୁ

୯୭୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୬୯୬ ଜଣ ଚିକିତ୍ସାଧୀନ ଅଛନ୍ତି।

ପୂର୍ବରୁ କରୋନାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ କଟକର। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ୧୭ ତାରିଖ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା।

 

 

[ad_2]
Show More
Back to top button