ପାଣି ପାଗ

ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।

ସତ୍ୟଶିଖା ୧୧/୦୯/୨୦୨୫: ଗୁରୁବାର ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗବିଭାଗ ଏଭଳି ପୂର୍ବାନୁମାନ କରିଛି ।  ୧୨ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ, ଆଭ୍ୟନ୍ତରୀଣ ଓ  ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୩ ଓ ୧୪ ତାରିଖରେ ଉତ୍ତର ଓଡ଼ିଶା ଓ  ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Show More
Back to top button