

ସତ୍ୟଶିଖା ( ଭୁବନେଶ୍ୱର ) ୦୪ /୦୯ /୨୦୨୧:: ରାଜ୍ୟରେ ଗତ ୨୪ ଘଣ୍ଟା ୬୮୧ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୦୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୫୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୩୯୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି