ରାଜଧାନୀରେ ଯୁବକଙ୍କୁ ଛୁରି ଭୁସି ହତ୍ୟା

ସତ୍ୟଶିଖା(ଭୁବନେଶ୍ୱର ) ୩୦.୦୮ .୨୦୨୧:  ମଦ ପିଇବାକୁ କେନ୍ଦ୍ର କରି ଗତକାଲି ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ୱରରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ଖଣ୍ଡଗିରି ଥାନା ଅନ୍ତର୍ଗତ ରଘୁନାଥ ନଗରରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତ ଯୁବକଙ୍କ ଜଣଙ୍କ ହେଲେ ସନାତନ ରାଉତରାୟ।

ପୁଲିସ ଏହି ଘଟଣାରେ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଟକ ଥିବା ୪ ଜଣ ମଧ୍ୟରେ  ଦୁଇ ଜଣ ମହିଳା ଥିବା ବେଳେ ସେମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ସେମାନେ ଚୋରା ମଦ ବ୍ୟବସାୟ କରୁଥିବା ଜଣାପଡ଼ିଥିବା ବେଳେ ସେମାନଙ୍କ ନାଁରେ ପୂର୍ବରୁ ଏକାଧିକ ମାମଲା ମଧ୍ୟ ରହିଛି। ତେବେ ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛି। ତାକୁ ଧରିବା ପାଇଁ ପୁଲିସ୍ ଉଦ୍ୟମ ଜାରି ରଖିଛି।

Exit mobile version