

ସତ୍ୟଶିଖା(ଭୁବନେଶ୍ୱର) ୨୩.୦୭.୨୦୨୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୮୦୮ଟି ହେଉଛି ଲୋକାଲ୍ କେସ୍। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣଙ୍କ ସଂପର୍କରେ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୭୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରେ କେବଳ ଖୋର୍ଦ୍ଧା ଜିଲ୍ଲାରୁ ୧୦୦୩ ଜଣ ଅଛନ୍ତି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୮ ଜଣ ଥିବା ବେଳେ କଟକରୁ ୨୫୬, ପୁରୀରୁ ୧୧୮, ଜଗତସିଂହପୁରରୁ ୯୨, ଅନୁଗୋଳରୁ ୯୧ ଓ ଷ୍ଟେଟ୍ ପୁଲ୍ରୁ ୧୦୯ ଜଣ ଅଛନ୍ତି। ସେହିପରି ବାଲେଶ୍ୱର ଜିଲ୍ଲାରୁ ୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୯, ଭଦ୍ରକରୁ ୫୫, ବଲାଙ୍ଗିରରୁ ୧୦, ବୌଦ୍ଧରୁ ୭, ଦେବଗଡ଼ରୁ ୧, ଢେଙ୍କାନାଳରୁ ୩୭, ଗଜପତିରୁ ୧୬, ଗଞ୍ଜାମରୁ ୭, ଯାଜପୁରରୁ ୮୭, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୬, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୩୩, କୋରାପୁଟରୁ ୧୦, ମାଲକାନଗିରିରୁ ୧୨, ମୟୂରଭଞ୍ଜରୁ ୬୯, ନବରଙ୍ଗପୁରରୁ ୧୦, ନୟାଗଡ଼ରୁ ୭୬, ନୂଆପଡ଼ାରୁ ୫, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୫, ସୋନପୁରରୁ ୬ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫୦ ଜଣ ଚିହ୍ନଟ ହୋଇଛନ୍ତି।
୧୯୧୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୩ ହଜାର ୮୫୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୩୯ ହଜାର ୧୬୦ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୧୯ ହଜାର ୨୬୧ ଜଣ ଚିକିତ୍ସାଧୀନ ରହିଛନ୍ତି।
ଅନ୍ୟପକ୍ଷରେ ଯେଉଁ ୬୯ ଜଣ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଅଛନ୍ତି। ସେହିପରି ବାଲେଶ୍ୱର ଜିଲ୍ଲାରୁ ୧୦ ଜଣ ଥିବା ବେଳେ ସମ୍ବଲପୁରରୁ ୭, କେନ୍ଦ୍ରାପଡ଼ାରୁ ୬, ବରଗଡ଼ରୁ ୫, ସୁନ୍ଦରଗଡ଼ରୁ ୪, ବଲାଙ୍ଗିର, ଝାରସୁଗୁଡ଼ା, ରାୟଗଡ଼ା ଓ କନ୍ଧମାଳରୁ ୨ ଜଣ ଲେଖାଏଁ ଏବଂ ଢେଙ୍କାନାଳ, ନୂଆପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।