ରାଜ୍ୟସ୍ୱାସ୍ଥ୍ୟ

ପୁଣି ୨ ହଜାର ତଳକୁ ଖସିଲା କରୋନା ପଜିଟିଭ୍ ସଂଖ୍ୟା

ସତ୍ୟଶିଖା(ଭୁବନେଶ୍ୱର) ୧୯.୦୭.୨୦୨୧: ୫ ଦିନ ବ୍ୟବଧାନରେ ପୁଣି ଥରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬୯୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୩୩୫ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୨୩୦, ଯାଜପୁରରୁ ୧୧୩, ଜଗତସିଂହପୁରରୁ ୧୧୨, ଅନୁଗୋଳରୁ ୮୯, ବାଲେଶ୍ୱରରୁ ୮୩, ଭଦ୍ରକରୁ ୭୭, ମୟୂରଭଞ୍ଜରୁ ୭୭, ନୟାଗଡ଼ରୁ ୭୩ ଓ ପୁରୀ ଜିଲ୍ଲାରୁ ୬୭ ଜଣ ଅଛନ୍ତି।

ସେହିପରି ବରଗଡ଼ ଜିଲ୍ଲାରୁ ୧୭ ଜଣ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ୫, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୫୪, ଗଜପତିରୁ ୫, ଗଞ୍ଜାମରୁ ୧୧, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୧୫, କେନ୍ଦ୍ରାପଡ଼ାରୁ ୫୦, କେନ୍ଦୁଝରରୁ ୨୧, କୋରାପୁଟରୁ ୬, ମାଲକାନଗିରିରୁ ୩୫, ନବରଙ୍ଗପୁରରୁ ୧୨, ନୂଆପଡ଼ାରୁ ୭, ରାୟଗଡ଼ାରୁ ୨୧, ସମ୍ବଲପୁରରୁ ୨୪, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୩୩ ଓ ଷ୍ଟେଟ୍‌ ପୁଲ୍‌ରୁ ୪୪ ଜଣ ଚିହ୍ନଟ ହୋଇଛନ୍ତି।

Show More
Back to top button