ନ୍ୟୁଜ୍

ପୁଣି ବର୍ଷିବ ପାଣିପାଗ ବିଭାଗର ସୂଚନା l

ସତ୍ୟଶିଖା ( ଭୁବନେଶ୍ୱର )  ୮.୦୯.୨୦୨୦ :  ପୁଣି   ବର୍ଷିବ  । ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ  । ଏନେଇ ୧୩ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ଢେଙ୍କାନାଳ, ବାଲେଶ୍ୱର ଏବଂ ଭଦ୍ରକ ସାମିଲ ଅଛି ।

ସେହିପରି ଆସନ୍ତାକାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ହେଲା  ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଏବଂ ବୌଦ୍ଧ । ଏ ସମସ୍ତ  ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଭାଗ ।

Show More
Back to top button