ରାଜ୍ୟରେ ପୁଣି ଉପରମୁହାଁ କରୋନା ସଂକ୍ରମଣ : ୨୪ ଘଂଟାରେ ୧୩୪୨ ଆକ୍ରାନ୍ତ ଚିହ୍ନଟ; ୬୮ ମୃତ

ସତ୍ୟଶିଖା(ଭୁବନେଶ୍ୱର) ୦୫.୦୮ .୨୦୨୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୭୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩୦ ଜଣ, ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୦ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୬୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୭୮ ଜଣ, ଯାଜପୁରରୁ ୬୬ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪୩ ଜଣ, କେଉଁଝରରୁ ୨୩ ଜଣ, କୋରାପୁଟରୁ ୧୧ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୨୮ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୫୫ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ୱଲପୁରରୁ ୧୮ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Exit mobile version