ସତ୍ୟଶିଖା (ପୁରୀ) ୧୯.୧୨.୨୦୨୦ : ଧର୍ମାନୁଷ୍ଠାନ ଖୋଲିବା ନେଇ ଏକ ବଡ ନିଷ୍ପତି ନେଇଛି ପ୍ରଶାସନ । ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି । ଅନ୍ୟପଟେ ଭୁବନେଶ୍ୱର ମହାନଗର ନିଗମ ମଧ୍ୟ ସ୍ଥାନୀୟ ଧର୍ମାନୁଷ୍ଠାନ ଖୋଲିବା ନେଇ ଏକ ବଡ ଘୋଷଣା କରିଛନ୍ତି । ଡିସେମ୍ବର ୨୩ରୁ ପୁରୀରେ ଖୋଲିବ ସମସ୍ତ ମନ୍ଦିର । ଶ୍ରୀମନ୍ଦିର ସମେତ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି । କୋଭିଡ କଟକଣା ମାନି ଶ୍ରଦ୍ଧାଳୁ ମନ୍ଦିର ଭିତରକୁ ପ୍ରବେଶ କରିବେ । ଶ୍ରୀମନ୍ଦିରରେ ପ୍ରଥମେ ପ୍ରବେଶ ପାଇଁ ୨୩ରୁ ୩୧ ତାରିଖ ମଧ୍ୟରେ ପୁରୀବାସୀଙ୍କୁ ପ୍ରଥମେ ଅଗ୍ରାଧିକାର ଦିଆଯିବ ମହାପ୍ରଭୁଙ୍କ ଦର୍ଶନ ପାଇଁ ।
ଡିସେମ୍ବର ୨୩ରେ ଖୋଲିବ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ
