ନ୍ୟୁଜ୍

ପୁଣି କମିଲା ସୁନା ଦର

ସତ୍ୟଶିଖା( ଭୁବନେଶ୍ୱର )୧୫.୦୯ . ୨୦୨୨:  ଆଜି କମିଛି ସୁନା ଦର । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି। ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୬,୪୦୦ ଟଙ୍କା ଓ ୫୦,୬୨୦ ଟଙ୍କା ହୋଇଛି। ଭାରତୀୟ ବଜାରରେ  ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୬, ୦୮୦ କୁ ଖସି ଆସିଛି । ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୦, ୩୦୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୬, ୪୦୦ ଟଙ୍କା ଓ ୫୦, ୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬, ୫୫୦ ଟଙ୍କା ଓ ୫୦, ୭୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୪୦୦ ଟଙ୍କା ଓ ୫୦, ୬୨୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୬, ୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
Show More
Back to top button